ଗତବର୍ଷ ଭଳି ଚଳିତ ବର୍ଷ ବି ବିନା ଭକ୍ତରେ କେବଳ ପୁରୀରେ ହେବ ରଥଯାତ୍ରା

Home Category आध्यात्म ଗତବର୍ଷ ଭଳି ଚଳିତ ବର୍ଷ ବି ବିନା ଭକ୍ତରେ କେବଳ ପୁରୀରେ ହେବ ରଥଯାତ୍ରା

ଗତବର୍ଷ ଭଳି ଚଳିତ ବର୍ଷ ବି ବିନା ଭକ୍ତରେ କେବଳ ପୁରୀରେ ହେବ ରଥଯାତ୍ରା। ଏନେଇ ସୂଚନା ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିସନର୍।ଏବର୍ଷ  ପୁରୀରେ କଟକଣା ମଧ୍ୟରେ ବିନା ଭକ୍ତରେ ରଥଯାତ୍ରା ହେବ । ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହେବନାହିଁ । ଏ ନେଇ ଏସଆରସି ପକ୍ଷରୁ ସୂଚନା ଦିଆଯାଇଛି। ରଥଯାତ୍ରାରେ କେବଳ ସେବାୟତମାନେ ଭାଗ ନେଇପାରିବେ। ଯେଉଁ ସେବାୟତମାନେ ଦୁଇ ଥର ଟିକା ନେଇସାରିଥିବେ କିମ୍ବା ଆରଟିପିସିଆର ରିପୋର୍ଟ ନେଗେଟିଭ ଆସିଥିବ, ସେମାନେ ନୀତିକାନ୍ତିରେ ଭାଗ ନେଇପାରିବେ।

ଗୋଟିଏ ରଥରେ ୫୦୦ଲୋକରୁ ଅଧିକ ରହିବେ ନାହିଁ।  କିନ୍ତୁ ମନ୍ଦିର ଭିତରେ ହେବାକୁ ଥିବା ନୀତିକାନ୍ତି ସମ୍ପନ୍ନ ହେବ। ମନ୍ଦିର ବାହାରେ କୌଣସି ନୀତିକାନ୍ତି ହେବ ନାହିଁ। ପୁରୀରେ ରଥଯାତ୍ରା ସମୟରେ କର୍ଫ୍ୟୁ ଲାଗୁ ରହିବ।

[Social Media Share Text/Image]