ଆସନ୍ତାକାଲି ସୁଦ୍ଧା ଓଡ଼ିଶାକୁ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ

Home Category ओडिशा न्यूज़ ଆସନ୍ତାକାଲି ସୁଦ୍ଧା ଓଡ଼ିଶାକୁ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ବର ଓ କେନ୍ଦ୍ରାପଡ଼ା ରହିଛି। ଉକ୍ତ ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।ସେହିପରି ଆସନ୍ତା ୨୪ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, କଟକ, ଖୋର୍ଧା, ପୁରୀ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, କୋରାପୁଟ ଓ ନବରଙ୍ଗପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

[Social Media Share Text/Image]